ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ

ସବୁ ଚର୍ଚ୍ଚାର ଅନ୍ତ ଘଟିଛି । ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ଆଜି ବିଜେପିରେ ମିଶିଛନ୍ତି। ପ୍ରଦୀପ ଓ ତାଙ୍କର କିଛି ସମର୍ଥକ ଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପିର ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ପ୍ରଦୀପ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଥିଲା। ଆଜି ସେହି ଚର୍ଚ୍ଚାର ପୂର୍ଣ୍ଣଚ୍ଛେଦ ପଡ଼ିଛି।

୨୦୨୦ ମସିହା ନଭେମ୍ବର ୨୦ ତାରିଖରେ ଜନ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା। ପ୍ରଦୀପଙ୍କୁ ବିଜେଡିରୁ ବହିଷ୍କୃତ କରାଯାଇଥିବା ନେଇ ଦଳ ପକ୍ଷରୁ ପ୍ରେସ୍ ରିଲିଜ୍‌ ଜାରି କରାଯାଇଥିଲା।

Comments are closed.