ଆଜି ଆସୁଛନ୍ତି ରାଷ୍ଟ୍ରପତି

ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲ୍ଲା ମୟୂରଭଞ୍ଜ ଗସ୍ତ କରିବେ। ରାଷ୍ଟ୍ରପତି ହେବା ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ତୃତୀୟ ଥର ପାଇଁ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ। ମୟୂରଭଞ୍ଜ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗ ଦେବେ।

ଅପରାହ୍ଣରେ ରାଷ୍ଟ୍ରପତି ସୁକ୍ରୁଲି ପାଣ୍ଡୁରସିଳୀ ଫୁଟବଲ ଗ୍ରାଉଣ୍ଡରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ପରେ ରାଷ୍ଟ୍ରପତି ରାଇରଙ୍ଗପୁରର କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ୨୯ ତାରିଖ ସକାଳେ ରାଷ୍ଟ୍ରପତି କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାୟଳରେ କେନ୍ଦୁଝର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନା ଚକ୍ରକୁ ଉଦଘାଟନ କରିବେ।

Comments are closed.