ଇ-ଅବକାରୀଙ୍କୁ ଆଜି ପୁରସ୍କୃତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଓଡ଼ିଶା ସରକାରଙ୍କ ଇ-ଅବକାରୀକୁ ବିଜ୍ଞାନ ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଡିଜିଟାଲ୍‌ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର ପ୍ରଦାନ କରିବେ। ‘ ଡିଜିଟାଲ୍‌ ଇନିସିଏଟିଭ୍‌ ଫର୍‌ ଇଜ୍‌ ଅଫ୍‌ ଡୁଇଂ ବିଜିନେସ୍‌’ ବର୍ଗରେ ଓଡ଼ିଶାକୁ ଏହି ସମ୍ମାନଜନକ ପୁରସ୍କାର ମିଳିବ।

ଡିଜିଟାଲ୍‌ ଇଣ୍ଡିଆ ସପ୍ତମ ସଂସ୍କରଣରେ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସ୍ବଚ୍ଛତା ଓ ସମୟାନୁବର୍ତ୍ତିତା ସମେତ ନିରବଚ୍ଛିନ୍ନ ଅନ୍‌ଲାଇନ୍‌ ସେବା ଯୋଗାଇ ଦେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶା ଅବକାରୀ ବିଭାଗକୁ ପୁରସ୍କାର ପ୍ରଦାନ ପାଇଁ ଚୟନ କରାଯାଇଛି। ପୁରସ୍କାର ବିତରଣ ସମାରୋହରେ କେନ୍ଦ୍ର ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସମେତ ବରିଷ୍ଠ ଅଧିକାରୀ ଯୋଗ ଦେବେ।

Comments are closed.