ବାବୁଶାନ ଙ୍କ ଦମନ୍ ଆଣିବ ବୈପ୍ଳବିକ ଆନ୍ଦୋଳନ, ଦର୍ଶକ ଫେରିବେ, ହୁଇସିଲ୍ ବାଜିବ

ଓଡ଼ିଆ ସିନେପ୍ରେମୀ ବିଶେଷକରି ବାବୁସାନଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। କିଛି ଦିନ ଅନ୍ତରରେ ବାବୁସାନ ପ୍ରଶଂସକଙ୍କୁ ଭେଟିଦେବାକୁ ଯାଉଛନ୍ତି ଦମଦାର ଚଳଚ୍ଚିତ୍ର ‘ଦମନ’ । କରୋନା କାରଣରୁ ଗତ ଦୁଇ ବର୍ଷ ହେଲା ବଡ଼ ବଜେଟ୍‌ର ଓଡ଼ିଆ ସିନେମା ପ୍ରେକ୍ଷାଳୟକୁ ପ୍ରାୟ ଆସିନଥିଲା। ପରିସ୍ଥିତି ସୁଧୁରିବା ପରେ ବର୍ତ୍ତମାନ ପୁଣି ଚଳଚଞ୍ଚଳ ହୋଇଉଠିଛି ଓଡ଼ିଆ ସିନେଶିଳ୍ପ । ସେହି କ୍ରମରେ ରିଲିଜ୍ ପାଇଁ ସଜବାଜ ହେଉଛି ‘ଦମନ’।

ଏ ଫିଲ୍ମରେ ବାବୁସାନଙ୍କ ସହ କଳାକାର ଭାବେ ଦେଖିବାକୁ ମିଳିବେ ଦୀପନ୍ବିତ ଦାସ ମହାପାତ୍ର। ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ । ଜଣେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠାର କାହାଣୀ ସ୍ଥାନିତ ହୋଇଛି ଫିଲ୍ମରେ । ଡାକ୍ତରୀ ପାଠ ଶେଷ କରିବା ପରେ ଏହି ଯୁବ ଡାକ୍ତରଙ୍କର ପୋଷ୍ଟିଙ୍ଗ୍ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ । ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତର ଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଚ୍ୟାଲେଞ୍ଜ ସାମ୍ନା କରିବାକୁ ପଡ଼ୁଛି ତାହା ଦେଖିବାକୁ ମିଳିବ ‘ଦମନ’ ରେ। ବଡ଼ ବଜେଟର ଏହି ଫିଲ୍ମରେ ବାବୁସାନଙ୍କ ଭରପୂର ଆକ୍ସନ ଦେଖିବେ ସିନେପ୍ରେମୀ ।

ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ଏ ଫିଲ୍ମର କାହାଣୀ ଓ ଚିତ୍ରନାଟ୍ୟ ଲେଖିବା ସହିତ ନିର୍ଦ୍ଦେଶନା ଦେଇଛନ୍ତି। ପ୍ରଯୋଜନାରେ ଅଛନ୍ତି ଦୀପେନ୍ଦ୍ର ସାମଲ। ଜେପି ଓ୍ବାର୍ଡସ୍ମିଥ୍ ଓ ବାପୁ ଗୋସ୍ଵାମୀ ଏହାର ଗୀତ ଲେଖିଥିବା ବେଳେ ସଂଗୀତରେ ସଜାଇଛନ୍ତି ଗୌରବ ଆନନ୍ଦ ଓ ତାଙ୍କର ଟିମ୍ । ବଡ଼ ଷ୍ଟାର, ରିଅଲ ଷ୍ଟୋରୀ କୁ ନେଇ ଆସନ୍ତା ୪ ନଭେମ୍ବର ରେ ମୁକ୍ତିଲାଭ କରିବାକୁ ଯାଉଥିବା ‘ଦମନ’ କୁ ଦର୍ଶକ ଆଗ୍ରହ ସହିତ ଅପେକ୍ଷା ରେ ଅଛନ୍ତି l ଯାହା ଫିଲ୍ମର କ୍ରିଏଟିଭ୍ ହେଡ୍ ତଥା ପ୍ରଚାର ପ୍ରସାର ଦାୟିତ୍ୱ ରେ ଅଛନ୍ତି ପ୍ରଣୟ ଜେଠୀ l

Comments are closed.