ରାଜ୍ୟରେ ବଢିଛି ଅଂଶୁଘାତ ଆଶଙ୍କା

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ କଲବଲ ହେଉଛନ୍ତି ରାଜ୍ୟବାସୀ। ସକାଳୁ ସକାଳୁ ତତଲା ପବନ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। ଏପରି ସ୍ଥିତିରେ ରାଜ୍ୟରେ ବଢିଛି ଅଂଶୁଘାତ ଆଶଙ୍କା। ତେବେ ଏହାର ମୁକାବିଲା ନିମନ୍ତେ ସରକାର ପ୍ରସ୍ତୁତ ଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

ଗଣମାଧ୍ୟମକୁ ସୂଚନା ଦେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଅଂଶୁଘାତଜନିତ ଚିକିତ୍ସା ପାଇଁ ପ୍ରତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ଟି, ସିଏଚସିରେ ୨ଟି ଏବଂ ପିଏଚସିରେ ଗୋଟିଏ ଲେଖାଏଁ ବେଡର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେଠାରେ କୁଲର ବା ଏସି ରହିବ । ପର୍ଯ୍ୟାପ୍ତ ପରିମାଣର ପାଣି ରହିବ ଓ ଓଆରଏସ୍‌ ବି ମହଜୁଦ ରହିବ। ଏଥିସହ ଆବଶ୍ୟକ ପରିମାଣର ଔଷଧ ମହଜୁଦ ରଖିବା ନିମନ୍ତେ ସମସ୍ତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Comments are closed.