ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ

ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ। ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆଜି ମଧ୍ୟାହ୍ନ ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ବିମାନ ଯୋଗେ ପହଞ୍ଚିଥିଲେ। ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ନ ପ୍ରାୟ ୧ଟାରେ ଏହି ମନ୍ଦିର ଲୋକାର୍ପଣ କରିଥିବା ଜଣାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବି ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବ୍ୟାଟେରି ଗାଡ଼ିରେ ବସି ସମ୍ପୂର୍ଣ୍ଣ ସମଲେଶ୍ୱରୀ ପ୍ରକଳ୍ପ ବୁଲି ଦେଖିଛନ୍ତି।

ଗତକାଲି ହଜାରେରୁ ଅଧିକ ମହିଳା ମହାନଦୀରୁ ଜଳ କୁମ୍ଭ ଧରି କଳସ ଯାତ୍ରା କରି ସମଲେଇ ମନ୍ଦିରକୁ ଯାଇଥିଲେ। ମନ୍ଦିରରେ ନଡ଼ିଆ କଳସ ଗୁଡିକୁ ରଖାଯାଇଛି।

Comments are closed.