ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର

ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ଚତୁପାର୍ଶ୍ବ ଉତ୍ତରଦ୍ବାର, ପୂର୍ବଦ୍ବାର, ଦକ୍ଷିଣଦ୍ବାର ଓ ପଶ୍ଚିମଦ୍ବାର ସମ୍ମୁଖ ଭାଗ ସୌନ୍ଦର୍ଯ୍ୟକରଣ ଲାଇଟ ଖୁଣ୍ଟରେ ଲଗାଯାଉଛି ସିସିଟିଭି । ପୁରାପୁରି ସିସିଟିଭି ସର୍ଭେଲାନ୍ସରେ ରହିବ ଚତୁପାର୍ଶ। କିନ୍ତୁ କେବେ ଏହା ସିଷ୍ଟମାଇଜ ହେବ ? କେବେ ଶ୍ରୀମନ୍ଦିର ଭିତରେ ଓ ବାହାରେ AI କ୍ୟାମେରା ଲଗାଯିବ ? ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ଯଦି ବା ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ଭିତରେ ଓ ବାହାରେ ଭିଡ ନିୟନ୍ତ୍ରଣ, ଚୋରି ରୋକିବା କ୍ଷେତ୍ରରେ ଏହି CCTV ଅଭେଦ୍ୟ ରିପୋର୍ଟ ପ୍ରଦାନ କରିବ । ବିଶେଷକରି ସୁରକ୍ଷା କ୍ଷେତ୍ରରେ ପୋଲିସ ଯେତିକି କାର୍ଯ୍ୟକ୍ଷମ ହେବ ତା ଠାରୁ ଅଧିକ କ୍ରିୟାଶୀଳ ହେବ ସିସିଟିଭି କ୍ୟାମେରା। ତେଣୁ ଆଧ୍ୟାତ୍ମିକ ଓ ପର୍ଯ୍ୟଟନ ସହର ପୁରୀକୁ ସିସିଟିଭି ବଳୟ ଭିତରେ ରଖାଯାଉ ବୋଲି ଦାବି ଜୋର୍ ଧରିଛି।

Comments are closed.