ୟୁନିଫର୍ମ ସିଭିଲ କୋର୍ଡକୁ ନେଇ ଏମିତି କହିଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ କହିଛନ୍ତି ଯେ ଏକକ ନାଗରିକ ସଂହିତା ବା ୟୁନିଫର୍ମ ସିଭିଲ କୋଡ୍‌(ୟୁସିସି)ଭାରତ ଓ ତାହାର ଜାତୀୟତାବାଦକୁ ଅଧିକ ସୁଦୃଢ କରି ଏକତା ସୂତ୍ରରେ ବାନ୍ଧିବ । ୟୁସିସି ଲାଗୁ କରିବାରେ ଅଧିକ ବିଳମ୍ବ ହେଲେ ଏହା ଆମ ମୂଲ୍ୟବୋଧକୁ କ୍ଷତିଗ୍ରସ୍ତ କରିବ। ଆସାମର ଗୌହାଟୀ ଆଇଆଇଟିର ୨୫ତମ ସମାବର୍ତ୍ତନ ଉତ୍ସବରେ ଉଦ୍‌ବୋଧନ ଦେଇ ଉପରାଷ୍ଟ୍ରପତି ଧନଖଡ଼ କହିଛନ୍ତି ଯେ ଦେଶ ଶାସନରେ ରାଷ୍ଟ୍ରଶାସନ ସଂକ୍ରାନ୍ତ ନିର୍ଦ୍ଦେଶାବଳୀ ( ଡିପିଏସ୍‌ପି)ର ମୌଳିକ ଭୂମିକା ରହିଛି ।

ତଦନୁସାରେ ଆଇନ/ନିୟମ ପ୍ରଣୟନ କରିବା ରାଷ୍ଟ୍ରର କର୍ତ୍ତବ୍ୟ । ଏହି ଡିପିଏସ୍‌ପି ଅଧୀନରେ ପଞ୍ଚାୟତ, ସମବାୟ, ଶିକ୍ଷାଧିକାର ଭଳି କେତେକ ନୀତି ଆଇନର ରୂପ ନେଇଛି । ତେଣୁ ଏବେ ସମ୍ବିଧାନର ଧାରା-୪୪ର କାର୍ଯ୍ୟକାରିତା ପାଇଁ ବର୍ତ୍ତମାନ ସମୟ ଆସିଯାଇଛି ।

ଭାରତର ଭାବମୂର୍ତ୍ତିକୁ କ୍ଷୂର୍ଣ୍ଣ କରିବା ଭଳି ଅପଚେଷ୍ଟା ଓ ବାରମ୍ବାର ଦେଶ ବିରୋଧୀ କାହାଣୀର ଅବତାରଣାକୁ ସେ ନିନ୍ଦା କରିବା ସହ ଏଭଳି କାର୍ଯ୍ୟରେ ଲିପ୍ତ ଥିବା ବ୍ୟକ୍ତିଙ୍କୁ ସତର୍କ କରାଇ ଦେଇଛନ୍ତି । ସେ କହିଛନ୍ତି ଯେ ଏବେ ଭାରତ ବିରୋଧୀ କାହାଣୀ କହୁଥିବା ତତ୍ୱମାନଙ୍କୁ ଠିକଣା ଜବାବ ଦେବାର ସମୟ ଆସିଛି ।

Comments are closed.