ରାଜ୍ୟରେ ବଢିବ ତାତି

ପ୍ରାୟ ୫ ଦିନ ହେଲାଣି ରାଜ୍ୟରେ ସତେ ଯେପରି ଅଗ୍ନି ବର୍ଷା ହେଉଛି। ଦିନକୁ ଦିନ ଅଧିକରୁ ଅଧିକ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରୁଛି। ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥିତି ଏଭଳି ରହିବା ପରେ ୨୧ରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିପାରେ। କାଳବୈଶାଖୀ ପ୍ରଭାବରୁ ତାପମାତ୍ରା ଟିକେ ହ୍ରାସ ପାଇପାରେ। କିନ୍ତୁ ୨୫ ତାରିଖରୁ ପୁଣି ବଢ଼ିବ ପାରଦ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ‘ଏକ୍ସ’ରେ ଏକ ପୋଷ୍ଟ ଜରିଆରେ ଦିଆଯାଇଛି ଏହି ସୂଚନା।

ଏଥିରେ ଲେଖାଯାଇଛି, ୨୧ ଓ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ତଥା ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ନିସ୍ତାର ମିଳିବ। କିନ୍ତୁ ୨୫ ତାରିଖଠାରୁ ପୁଣି ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଛି। ତେଣୁ ୨୬ ଏପ୍ରିଲରୁ ମେ’ ୨ ତାରିଖ ମଧ୍ୟରେ ରାଜ୍ୟରେ ପୁଣି ଉଷ୍ମ-ଆଦ୍ର ପାଣିପାଗ ରହିବା ସହ କିଛି ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ସମ୍ଭାନା ରହିଛି।

Comments are closed.