ଥାଇରଏଡ୍‌ ରୋଗୀ ଏହି ସବୁ ଉପରେ ଦିଅନ୍ତୁ ଧ୍ୟାନ

ଜୀବନଶୈଳୀ କାରଣରୁ ସବୁଠାରୁ ଅଧିକ ଲୋକ ଏହି ରୋଗରେ ପୀଡିତ ହୁଅନ୍ତି । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ଏହି ରୋଗ ପୁରୁଷମାନଙ୍କ ତୁଳନାରେ ମହିଳାଙ୍କଠାରେ ଅଧିକ ଦେଖାଯାଏ। ତେବେ ସୂଚନା ଅନୁଯାୟୀ, ଭାରତର ପ୍ରତି ୧୦ଜଣରେ ଜଣେ ବ୍ୟକ୍ତି ଏହି ରୋଗରେ ପୀଡ଼ିତ ହୋଇଥାନ୍ତି । ଏହି ରୋଗରେ ପୀଡ଼ିତ ଥିବା ବ୍ୟକ୍ତି ଖାଦ୍ୟପେୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବା ଉଚିତ୍। କାରଣ କିଛି ଖାଦ୍ୟ ଏହି ସମସ୍ୟାକୁ ବଢ଼ାଇ ଦେଇଥାଏ। ତେବେ ଚାଲନ୍ତୁ ଜାଣିବା ଏହି କ୍ରମରେ ଥାଇରଏଡ୍‌ ରୋଗୀ କେଉଁ ଜିନିଷ ସେବନ କରିବା ଅନୁଚିତ୍ …

ପ୍ରୋସେସ୍ଡ ଫୁଡ୍‌ : ଥାଇରଏଡ୍‌ ରୋଗୀ ପ୍ରୋସେସ୍ଡ ଫୁଡ୍‌ ସେବନ କରିବା ଅନୁଚିତ। ଏହାଦ୍ୱାରା ଖାଦ୍ୟରେ ଥିବା ସୋଡିୟମ୍ ଆପଣଙ୍କୁ ଅସୁବିଧାରେ ପକାଇଥାଏ।

ଲାଲ ମାଂସ : ଏଥିରେ ସାଚୁରେଟେଡ୍‌ ଫ୍ୟାଟ୍‌ ଏବଂ କୋଲେଷ୍ଟରଲ ଥାଏ। ଏହା ଥାଇରଏଡ ହର୍‌ମୋନକୁ ବୃଦ୍ଧି କରିଥାଏ। ତେଣୁ ଏହି ରୋଗୀଙ୍କୁ ଲାଲ ମାଂସ ଖାଇବା ଅନୁଚିତ୍।

ମଦ : ଥାଇରଏଡ୍‌ ରୋଗୀଙ୍କୁ ମଦ ସେବନ କରିବା ଠାରୁ ଦୂରରେ ରହିବା ଉଚିତ୍ । କାରଣ ଥାଇରଏଡ୍‌ ଗ୍ରନ୍ଥି ଏବଂ ଏହାର ସ୍ତର ଉପରେ ମଦ ଖରାପ ପ୍ରଭାବ ପକାଇଥାଏ। ଏଣୁ ହେଲ୍ଥ ଏକ୍ସପର୍ଟ ଏହି ରୋଗୀଙ୍କୁ ମଦ୍ୟପାନ ନ କରିବାକୁ ପରାମର୍ଶ ଦେଇଥାନ୍ତି। ଏହାଛଡ଼ା ରୋଗୀଙ୍କୁ କଫି ଏବଂ ଚା’ ଅଧିକ ସେବନ କରିବା ଅନୁଚିତ।

ସୋୟାବିନ : ଥାଇରଏଡ ରୋଗୀଙ୍କୁ ସୋୟାବିନ୍‌ ଖାଇବାକୁ ମଧ୍ୟ ବାରଣ କରାଯାଇଛି।

ଫାଇବର ଯୁକ୍ତ ପନିପରିବା : ଥାଇରଏଡ ରୋଗୀ ଫାଇବର ଥିବା ଖାଦ୍ୟ ଖାଇବା ଅନୁଚିତ୍ । ପାଳଙ୍ଗ,କୋବି, ବ୍ରୋକୋଲି ଇତ୍ୟାଦି ସେବନ କରିବା ଅନୁଚିତ।

Comments are closed.