ରାଜ୍ୟରେ ଆଜି ପୁଣି ୧୪୬ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୩୫

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ ହେବାରେ ଲାଗିଛି । ମାସକ ପରେ ରାଜ୍ୟରେ ପୁଣି ୧୦୦ ପାର୍‌ ହେଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୧୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୭ ଓ ସ୍ଥାନୀୟ ଅଞ୍ଚଳରୁ ୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୯୬୩ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୨୪ ରହିଥିବା ବେଳେ ୮୬୭ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି କଟକ ଜିଲ୍ଲାରୁ ୨୫, ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୪, ବରଗଡ଼ରୁ ୩, ବଲାଙ୍ଗୀରରୁ ୯, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩, ଯାଜପୁରରୁ ୪, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨, ପୁରୀରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୮ ଜଣ ଚିହ୍ନଟ ହୋଇଛନ୍ତି।

Comments are closed.