ରାଜ୍ୟରେ ଆଜି ୨୧୪ ଜଣ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର, : ରାଜ୍ୟରେ ଆଜି ବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଛି । ଗତ ୨୪ ଘଣ୍ଟାରେ ପୁଣି ୨୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ୨୧୪ ପଜିଟିଭ ମଧ୍ୟରୁ ସଙ୍ଗରୋଧରୁ ୧୨୬ ଓ ସ୍ଥାନୀୟ ଅଞ୍ଚଳରୁ ୮୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୩୭ରହିଥିବା ବେଳେ ୧୧୫୧ ଜଣ ଚିକିତ୍ସିତ ହେଉଛନ୍ତି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ବରରୁ ୧୧ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ଜଣ, ବୌଦ୍ଧରୁ ୨ଜଣ, କଟକରୁ ୨୦ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, କୋରାପୁଟରୁ ୧୦ଜଣ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୨ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୨୭ ଜଣ ଓ ଷ୍ଟେଟପୁଲରୁ ୭ ଜଣ ପଜିଟିଭ ଚିହ୍ନଟ ହୋଇଛିନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments are closed.