ଆଜି ରାଜ୍ୟରେ ୨୪୫କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ  ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୨୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୫୮ ଜଣ, ଖୋର୍ଦ୍ଧାରୁ ୩୩ ଜଣ, ନବରଙ୍ଗପୁରରୁ ୧୭ ଜଣ, ସମ୍ବଲପୁରରୁ ୧୬ ଜଣ, ବଲାଙ୍ଗୀର, କଟକ ଓ ପୁରୀ ଜିଲ୍ଲାରୁ ୧୨ ଜଣ ଲେଖାଁଏ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୮ ଜଣ ଲେଖାଁଏ, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ୭ ଜଣ ଲେଖାଁଏ, କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ୬ ଜଣ ଲେଖାଁଏ, ସୋନପୁରରୁ ୫ ଜଣ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୪ ଜଣ ଲେଖାଁଏ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଦେବଗଡ଼, କେନ୍ଦ୍ରାପଡ଼ା, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୮ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୨୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୯୨୪୬ ଜଣ ସୁସ୍ଥ ହୋଇଛନ୍ତି ।

Comments are closed.