ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ସାଧାରଣ ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପୌଷ କୃଷ୍ଣ ସପ୍ତମୀ ତିଥୀରେ ଆଜି ଅନୁଷ୍ଠିତ ହେବ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ତେଣୁ ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ।

ମହାପ୍ରଭୁଙ୍କ ବନକଲାଗି ଅତ୍ୟନ୍ତ ଗୁପ୍ତ ଓ ସମୟ ସାପେକ୍ଷ ନୀତି। ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଠାକୁରମାନଙ୍କୁ ପହୁଡ଼ କରାଯାଇ ଏହି ନୀତି ଆରମ୍ଭ କରାଯାଏ। ଯାହାକି ଅତିକମ୍‌ରେ ୪ରୁ ୫ ଘଣ୍ଟା ଲାଗିଥାଏ। ତେଣୁ ଆଜି ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଏହି ଅବସରରେ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀମୁଖ୍ୟ ଶୃଙ୍ଖାର କରିବାର ପରମ୍ପରା ରହିଛି ।

Comments are closed.