ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି। ମାର୍ଗଶିର-ଶୁକ୍ଲ ଅଷ୍ଟମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି , ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃହ୍କାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ।

Comments are closed.