ଆଜି ବଡ ଓଷା, ଧବଳେଶ୍ଵର ପୀଠରେ ଭକ୍ତଙ୍କ ଭିଡ

ଆଠଗଡ଼ : ଆଜି ପଞ୍ଚୁକର ତୃତୀୟ ଦିନ । ମହାକାର୍ତ୍ତିକ ମାସର ଆଜି ବଡ ପର୍ବ ବଡ଼ଓଷା । ପୀଠରେ ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ଆଜି ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ର ସନ୍ଧିକ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗିହେବ ଗଜଭୋଗ ଓ ତରଣ। ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦ୍ଯାପନ କରିଥାନ୍ତି। ସେଥିପାଇଁ ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ଭୋରରୁ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ବିତରଣ କରାଯିବ।

ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ସହ ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ବ୍ୟାପକ ପୋଲିସ , ନଦୀ ଘାଟରେ ଓଡ୍ରାଫ , ଅଗ୍ନିଶମ ବାହିନୀ , ମେଡିକାଲ ଟିମ ମୁତୟନ ହେବା ସହ ପୀଠରେ ଆଠଗଡ ଉପଜିଲ୍ଲାପାଳ ଓ କଟକ ଗ୍ରାମାଞ୍ଚଳ ଏସ୍ପି ଉପସ୍ଥିତ ରହି ତଦାରଖ କରୁଛନ୍ତି । ସକାଳୁ ସକାଳୁ ବ୍ୟାରିକେଟ ଦେଇ ଲମ୍ବାଧାଡିରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ।

Comments are closed.