ଟ୍ରେନ ଦୁର୍ଘଟଣା: ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ୍ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ୍‌ ପଣପଣାଠାରେ ଘଟିଥିବା ଭୟାନକ ଦୁର୍ଘଟଣାସ୍ଥଳରେ ପହଞ୍ଚିବା ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ” ଏହା ଅତ୍ୟନ୍ତ ଦୁଃଖଦ ଟ୍ରେନ୍ ଦୁର୍ଘଟଣା।ମୋତେ ସ୍ଥାନୀୟ ଦଳ, ସ୍ଥାନୀୟ ଲୋକ ଏବଂ ଅନ୍ୟମାନଙ୍କୁ ଧନ୍ୟବାଦ ଦେବାକୁ ପଡ଼ିବ। ଯେଉଁମାନେ ଲୋକଙ୍କୁ ରକ୍ଷା କରିବା ପାଇଁ ରାତାରାତି କାର୍ଯ୍ୟ କରିଛନ୍ତି। ରେଳ ସୁରକ୍ଷାକୁ ସର୍ବଦା ପ୍ରଥମ ଗୁରୁତ୍ବ ଦିଆଯିବା ଉଚିତ୍ । ପୀଡ଼ିତ ଲୋକଙ୍କୁ ବାଲେଶ୍ବର ଏବଂ କଟକ ବଡ଼ ଡାକ୍ତରଖାନାକୁ ନେବାକୁ ପଡ଼ିବ ଯାହା ଦ୍ବାରା ସେମାନେ ଯଥାଶୀଘ୍ର ସୁସ୍ଥ ହୋଇଯିବେ।

ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଛନ୍ତି। ତାଙ୍କ ସହ ୫ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ଦୁର୍ଘଟଣାସ୍ଥଳକୁ ଯାଇଛନ୍ତି। ଏହାଛଡ଼ା କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଘଟଣାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଉଦ୍ଧାର କାର୍ଯ୍ୟ ଓ ଗୁରୁତର ଯାତ୍ରୀଙ୍କ ଚିକିତ୍ସା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହାପରେ ସେ ବାଲେଶ୍ୱର ମେଡିକାଲ କଲେଜକୁ ଯାଇ ଆହତଙ୍କୁ ଭେଟିଛନ୍ତି ଓ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.