ଭୁବନେଶ୍ବର: ଦଳ ବିରୋଧୀ କାର୍ଯ୍ୟପାଇଁ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଦୁଇଜଣ ନେତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ଓ ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବନ କରିଛନ୍ତି । ଏନେଇ ବାଚସ୍ପତିଙ୍କୁ ବିଜେଡି ତରଫରୁ ସୂଚନା ଦିଆଯାଇଛି । ଦଳର ସୁପ୍ରିମୋଙ୍କ ଏଭଳି ନିଷ୍ପତ୍ତି ପରେ ବିଜେଡି ଭିତରେ କମ୍ପନ ଦେଖିବାକୁ ମିଳିଛି । ଏହି ଦୁଇନେତା ବାରମ୍ବାର ବିଜେଡି ଓ ଦଳର ସୁପ୍ରିମୋଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଉଥିବା ଅଭିଯୋଗ ହେଉଥିଲା ।

ନିଲମ୍ବିତ ହେବା ପରେ ଅରବିନ୍ଦ ମହାପାତ୍ର କହିଛନ୍ତି, ମୋତେ କାହିଁକି ନିଲମ୍ବନ କରାଗଲା, ମୁଁ ଜାଣିନି। ମୁଁ କୌଣସି ଦଳବିରୋଧୀ କାମ କରିନି। ଦଳକୁ ଅସୁବିଧାରେ ପକାଇବା ଭଳି କୌଣସି କାମ କରିନି। ମୁଁ ମୋ ନିର୍ବାଚନ କ୍ଷେତ୍ରରେ ଲୋକଙ୍କ ପାଇଁ କାମ କରୁଛି। ମୁଁ କୌଣସି ମେଳିକୁ ଯାଇନି କି ଭୋଜି କରିନି।

