ପରଲୋକରେ ଉର୍ଦ୍ଦୁ କବି ମୁନବ୍ବର ରାଣା

ସୁପ୍ରସିଦ୍ଧ ଊର୍ଦ୍ଦୁ କବି ମୁନବ୍ବର ରାଣାଙ୍କ ସ୍ୱର ନୀରବି ଯାଇଛି। ୭୧ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଲକ୍ଷ୍ନୌସ୍ଥିତ ସଞ୍ଜୟ ଗାନ୍ଧୀ ପିଜିଆଇ ହସ୍ପିଟାଲରେ ସେ ଗତ ରାତିରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଦୀର୍ଘ ଦିନ ଧରି ସେ କିଡନୀ ଓ ହୃଦରୋଗ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ମୁନବ୍ବର ରାଣାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ତାଙ୍କ ପ୍ରଶଂସକଙ୍କୁ ଶକ୍ତ ଝଟକା ଲାଗିଛି।

ମୁନବ୍ବରଙ୍କ ଝିଅଙ୍କଠୁ ମିଳିଥିବା ସୂଚନା ଅନୁଯାୟୀ, ଗତ ରାତିରେ ତାଙ୍କ ପିତାଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଶେଷକୃତ୍ୟ ସମ୍ପନ୍ନ ହେବ। ମୁନବ୍ବରଙ୍କ ପରିବାରରେ ପତ୍ନୀ, ୪ ଝିଅ ଓ ଗୋଟିଏ ପୁଅ ଅଛନ୍ତି।

ମୁନବ୍ବରଙ୍କ ପୁଅଙ୍କଠୁ ମିଳିଥିବା ସୂଚନା ଅନୁଯାୟୀ, ଅସୁସ୍ଥତା ହେତୁ ପ୍ରାୟ ୧୫ ଦିନ ହେବ ସେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ପ୍ରଥମେ ତାଙ୍କୁ ମେଦାନ୍ତ ହସ୍ପିଟାଲ ଓ ପରେ ଏସଜିପିଜିଆଇରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଭେଣ୍ଟିଲେଟରରେ ରଖା ଯାଇଥିଲା। ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ସେ ଗତ ରାତିରେ ଆଖି ବୁଜିଛନ୍ତି।

Comments are closed.