ଏହି୨୪ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ଫଳରେ ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷା ଆରମ୍ଭ ହୋଇଯାଇଛି। ଗଚ ଦୁଥ ତିନି ଦିନ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ କିଛି ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହୋଇଯାଇଛି। ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ( ୭ ରୁ ୨୦ ସେମି) ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଏହି କ୍ରମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ତାରିଖ ଗୁରୁବାର ଅପରାହ୍ନ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ପ୍ରଭୃତି ୧୭ ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

 

ଏତଦ୍‌ବ୍ୟତୀତ ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ କୋରାପୁଟ ପ୍ରଭୃତି ୬ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଝଡ଼ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯିବା ସହ ବଜ୍ରପାତ ସମୟରେ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Comments are closed.