ହେବକି ବାତ୍ୟା?

ଭୁବନେଶ୍ୱର: ଆଗକୁ ଦୁଇ ଦୁଇଟି ଲଘୁଚାପ ଆସୁଛି । ତେବେ ଏହା ସହ ଏକ ବାତ୍ୟା ହେବ ବୋଲି ଚର୍ଚ୍ଚା ହେଉଥିବାବେଳେ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ବାତ୍ୟା ନେଇ କିଛି ସୂଚନା ନାହିଁ ବୋଲି ପାଣିପାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି ।  ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଏନେଇ ସୂଚନା ଦେଇଛନ୍ତି ।

ସେ କହିଛନ୍ତି ଯେ ବାତ୍ୟା ନେଇ ଚାଲିଥିବା ଚର୍ଚ୍ଚା ସମ୍ପୂର୍ଣ୍ଣ ମିଛ । ବାତ୍ୟା ସମ୍ପର୍କରେ ଆଇଏମଡି କୌଣସି ସୂଚନା ଜାରି କରିନାହିଁ ।  ଆସନ୍ତା ୮ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ବା ଲଘୁଚାପ ହେବ ବୋଲି କୁହାଯାଇଛି ।  ବାତ୍ୟା ସୂଚନା ନାହିଁ କି ବାତ୍ୟା ନେଇ କିଛି ଆକଳନ କରାଯାଇନି ବୋଲି  ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

ଅନ୍ୟପକ୍ଷରେ ଆସନ୍ତା ସପ୍ତାହରୁ ବଢ଼ିବ ବର୍ଷା । ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ । ୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

୮ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Comments are closed.