ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ମାର୍ଚ୍ଚ ୨୮ରେ ବର୍ଷା ସହ ବଜ୍ରପାତ ନେଇ ୬ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି । ବର୍ଷା ଓ ବଜ୍ରପାତ ହେବା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୬ଟି ଜିଲ୍ଲା ଯଥା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି ।

Comments are closed.