ଦ୍ରୌପଦୀଙ୍କୁ ଜେଡ ପ୍ଲସ ସୁରକ୍ଷା
ନୂଆଦିଲ୍ଲୀ: ‘ଏନ୍ଡିଏ’ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି କେନ୍ଦ୍ର ସରକାର ‘ଜେଡ୍ ପ୍ଲସ୍’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରିଥିବାରୁ ତାଙ୍କ ନିରାପତ୍ତା ନିମନ୍ତେ ‘ସିଆର୍ପିଏଫ୍’ କମାଣ୍ଡୋ ମୁତୟନ କରାଯିବ ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି।
ଆଜି ସକାଳୁ ସଶସ୍ତ୍ର କମାଣ୍ଡୋମାନେ ୬୪ ବର୍ଷୀୟ ମୁର୍ମୁଙ୍କ ସୁରକ୍ଷା ଦାୟିତ୍ବରେ ନିୟୋଜିତ ହୋଇଛନ୍ତି ବୋଲି ମଧ୍ୟ ଉକ୍ତ ସରକାରୀ ଅଧିକାରୀଜଣକ ସାମ୍ବାଦିକମାନଙ୍କୁ କହିଛନ୍ତି।
ମଙ୍ଗଳବାର ସନ୍ଧ୍ୟାରେ ବିଜେପି ନେତୃତ୍ବାଧୀନ ‘ଡିଏନ୍ଏ’ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥିନୀ ଭାବେ ଘୋଷଣା କରିଛି। ସେହିପରି, ବିରୋଧୀ ଦଳମାନଙ୍କର ପ୍ରାର୍ଥୀ ଭାବେ ତାଙ୍କ ସହିତ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶବନ୍ତ ସିହ୍ନା।
ସାନ୍ତାଳ ସମ୍ପ୍ରଦାୟରେ ଜନ୍ମିତା ଦ୍ରୌପଦୀ ମୁର୍ମୁ ୧୯୯୭ ମସିହାରେ ରାଇରଙ୍ଗପୁର ନଗର ପଞ୍ଚାୟତର ଜଣେ କାଉନ୍ସିଲ୍ ଭାବେ ରାଜନୈତିକ କ୍ୟାରିୟର୍ ଆରମ୍ଭ କରିଥିଲେ। ୨୦୦୦ ମସିହରେ ସେ ଓଡ଼ିଶା ସରକାରରେ ଜଣେ ମନ୍ତ୍ରୀ ଏବଂ ୨୦୧୫ରେ ଝାଡ଼ଖଣ୍ଡର ରାଜ୍ୟପାଳ ହୋଇଥିଲେ। ଯଦି ନିର୍ବାଚିତ ହୁଅନ୍ତି, ମୁର୍ମୁ ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବେ।
Comments are closed.